ରାଜେନ୍ଦ୍ର ଢ଼ୋଲିକିଆ କରୋନା ସଂକ୍ରମିତ

ନୂଆପଡ଼ା: ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢ଼ୋଲିକିଆ କରୋନାରେ ଆକ୍ରାନ୍ତ । କରୋନା ପଜିଟିଭ୍ ଚିହ୍ନଟ ହେବାପରେ ତାଙ୍କୁ ଚିକିତ୍ସା ପାଇଁ ରାୟପୁରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଜଣାପଡିଛି।

ବିଧାୟକ ଶ୍ରୀ ଢୋଲକିଆ ରବିବାର ଅସୁସ୍ଥ ଅନୁଭବ କରିଥିଲେ। ମଧ୍ୟାହ୍ନରେ ଖରିଆର ରୋଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ପରୀକ୍ଷା କରିବାରୁ ରିପୋର୍ଟ ପଜିଟିଭ ଆସିଥିଲା। ସେହିପରି ତାଙ୍କର ବ୍ୟକ୍ତିଗତ ସୁରକ୍ଷାକର୍ମୀ ଓ ଡ୍ରାଇଭର ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

nineteen − 18 =