ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ

ଭୁବନେଶ୍ବର()  ଆଜି ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିଜେଡିର ଅମର ପଟ୍ଟନାୟକ ଓ ସସ୍ମିତ ପାତ୍ର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ୨ ପ୍ରାର୍ଥୀ ରିଟର୍ଣ୍ଣିଂ ଅଫିସର ବିଷ୍ଣୁପ୍ରସାଦ ମିଶ୍ରଙ୍କ ଠାରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ଜୁଲାଇ ୫ରେ ଓଡ଼ିଶାର ୩ ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ହେବ । ସକାଳ ୯ଟାରୁ ଅପରାହ୍ନ ୪ଟା ଯାଏ ହେବ ଭୋଟ ଗ୍ରହଣ। ସଂଧ୍ୟା ୫ଟାରେ ହେବ ଭୋଟ ଗଣତି।

ଏହା ପରେ ବିଜେଡି ସମର୍ଥିତ ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥିପତ୍ର ଦାଖଲ କରିବାକୁ ଆସିଥିଲେ। ଆଉ ଅଶ୍ୱିନୀଙ୍କ ପ୍ରାର୍ଥୀପତ୍ର ଦାଖଲ ବେଳେ ଅମର ଓ ସସ୍ମିତଙ୍କ ସହ ବିଜେଡିର କିଛି ନେତା ଉପସ୍ଥିତ ଥିଲେ।

Share

Leave a Reply

Your email address will not be published. Required fields are marked *

seven − five =