ସୋମବାର : ଆଜି କେଉଁ ରାଶି ପାଇଁ କେମିତି ରହିବ ଦିନ ଜାଣନ୍ତୁ

ମେଷ – କର୍ମକ୍ଷେତ୍ରରେ ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବା କାରଣରୁ କାମ ଗୁଡିକ ଅଟକିବ ନାହିଁ । ସହକର୍ମୀ କିମ୍ବା ବନ୍ଧୁମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ । ସାମାଜିକ ସ୍ତରରେ ସାହିତ୍ୟ,କଳା,ସଙ୍ଗିତ କାର୍ଯ୍ୟରେ ଅଗ୍ରଗତି ଘଟିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ବୃଷ – କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପି ନେବାକୁ ପଡିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟର ଗତି ମନ୍ଥର ହେବ । ଘରୋଇ କଳହକୁ ନେଇ ଅଶାନ୍ତି ଲାଗି ରହିବାର ଆଶଙ୍କା ରହିଛି । ପରିବାରରେ ଭୁଲ୍ ବୁଝାମଣାରୁ ମାନୋମାଳିନ୍ୟ ଘଟିପାରେ । ଶୁଭ ରଙ୍ଗ ଲାଇଟ୍ ପିଙ୍କ୍ । ଶୁଭ ଅଙ୍କ ୨ ।

ମିଥୁନ – ଆଲୋଚନା ପରିସରରେ ସତର୍କତାର ସହ କଥାର୍ବାା ନ କଲେ ଅପଦସ୍ଥ ହୋଇପାରନ୍ତି । ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଅର୍ଥାଭାବ କେତେକ କାମକୁ ଅଟକାଇ ଦେଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

କର୍କଟ – କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ । ମଉଜିଆ କଥା କହି ଅନ୍ୟକୁ ଆପଣାର କରିବେ, ଯାହାକି କାମ ହାସଲରେ ସାହାର୍ଯ୍ୟ କରିବ । ଆଜିର ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।

ସିଂହ – ଅଧିକାଂଶ ସମୟ ଆର୍ଥିକ ଅନଟନ, ରୋଗ,ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ । ପୁନଶ୍ଚ କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ସଭାସମିତିରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଶୁଭ ରଙ୍ଗ ଆକାଶୀ । ଶୁଭ ଅଙ୍କ ୯ ।

କନ୍ୟା – ମାନସିକ ସ୍ଥିତି ଭଲ ନ ଥିବା କାରଣରୁ ସବୁ ପ୍ରକାର ସୁବିଧା ଥାଇ ମଧ୍ୟ ଅଶାନ୍ତ ରହିବେ । ଅଧିକାଂଶ ସମୟରେ ଅପୂରଣୀୟ ଆଶା ମନରେ ନିରାଶା ଭାବ ସୃଷ୍ଟି କରିବ । ଅବଶ୍ୟ କେତେକ କ୍ଷେତ୍ରରେ ବନ୍ଧୁମାନଙ୍କ ସହ ଯୋଗରୁ ଉତ୍ସାହିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ତୁଳା – ପାରିପାଶ୍ୱିର୍କ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଦିନ ଗୋଟାଏ ପରେ ଏକପ୍ରକାର ସାମାଧାନର ରାସ୍ତା ବାହାର କରିବାରେ ସମର୍ଥ ହେବେ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ । ଅସୁବିଧାର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ବିଛା – ବିଭିନ୍ନ ପ୍ରକାର ପାରିବାରିକ ସମସ୍ୟା ବିଷୟ ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ । କର୍ମକ୍ଷେତ୍ରରେ ନୀଚ ସଂସର୍ଗରୁ ଦୂରେଇ ରହିବ । ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି । ଆକସ୍ମିକ ଆବଶ୍ୟକତା ପୂରଣ କରିବା କ୍ଷେତ୍ରରେ ଧାର କରଜ କରି ନେବେ । ଶୁଭ ରଙ୍ଗ ଧୂଷର । ଶୁଭ ଅଙ୍କ ୮ ।

ଧନୁ – ଆଜି ଦିନଟି ପ୍ରତିଟି କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହୋଇବ । ସଭାସମିତି, ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଆଲୋଚନା ଅବକାଶରେ କଠୋର କଥା କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

ମକର – ବିଭିନ୍ନ ସୂତ୍ରରୁ ରୋଜଗାର ବୃଦ୍ଧି ପାଇବ ଓ କୌଣସି କ୍ଷେତ୍ରରେ ତାହାକୁ ବିନିଯୋଗ କରିବା ପାଇଁ ଚେଷ୍ଟା କରି ଉପକୃତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।

କୁମ୍ଭ – ଆତ୍ମୀୟମାନଙ୍କ ସହ ଯୋଗରେ ସହଜ ଓ ସୁବିଧାରେ ଆଜିର କାମଗୁଡିକ ସମ୍ପନ୍ନ ହୋଇଯିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ସୁବିଧା ହେବ ନାହିଁ । ଅନ୍ୟମାନଙ୍କର ପ୍ରତିବନ୍ଧକ ଯୁକ୍ତ କାମ ଆପଣଙ୍କ କୌଣସି କାମକୁ ଅଟକାଇ ପାରିବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ମୀନ – ଈର୍ଷାପରାୟଣ ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ନିର୍ମାଣ ଓ ପରିବହନରେ ସଫଳତା ହାସଲ କରିବେ ଓ ଜମା ଧନ ବୃଦ୍ଧି ପାଇବ । ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତି କେନ୍ଦ୍ରକରି ଝଗଡା ଲାଗିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।


 

Share

Leave a Reply

Your email address will not be published. Required fields are marked *

five × 5 =