ଦିନ ୧୧ଟା ରୁ ହାତୀବେଶ ଆରମ୍ଭ

ପୁରୀ() ଆଜି ରଥଯାତ୍ରାର ଆଦ୍ୟପର୍ବ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଏହି ଉପଲକ୍ଷେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଅନ୍ୟାନ୍ୟ ନୀତି ଶେଷ ହୋଇଛି। ସ୍ନାନ କାର୍ୟ୍ୟ ପାଇଁ ଶ୍ରୀମନ୍ଦିର ସ୍ନାନମଣ୍ଡପ ସଜେଇ ହୋଇଛି। ମହାପ୍ରଭୁ ଶ୍ରୀମନ୍ଦିର ପରିସର ସୁନା କୂଅର ୧୦୮ ଗରା ଜଳରେ ସ୍ନାନ କରିବାର ପରମ୍ପରା ରହିଛି। କରୋନା କଟକଣା ଭିତରେ ସ୍ନାନଯାତ୍ରା ସେବା କାର୍ୟ୍ୟ ପାଇଁ ସେବକଙ୍କୁ ନିର୍ଦ୍ଦେଶ ରହିଛି। ସେପଟେ ଚଳିତବର୍ଷ ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ନିର୍ଘଣ୍ଟ ଅନୁଯାୟୀ, ରାତି ଗୋଟାଏରୁ ଭୋର ୪ଟା ମଧ୍ୟରେ ପହଣ୍ଡି ଆରମ୍ଭ ହୋଇଛି । ଦିନ ୧୧ଟା ରୁ ହାତୀବେଶ ଆରମ୍ଭ ହେବ ଓ ୧୨ଟା ଭିତରେ ବେଶ ଶେଷ ହୋଇ ହାତୀ ବେଶରେ ଦର୍ଶନ ଦେବେ ମହାପ୍ରଭୁ ।

Share

Leave a Reply

Your email address will not be published. Required fields are marked *

16 − thirteen =