୨୨ସୁଦ୍ଧା ରଥ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

କଟକ() ଜୁନ ୨୨ସୁଦ୍ଧା ରଥ ନିର୍ମାଣ କାମ ସାରିବାକୁ ନିର୍ଦ୍ଦେଶ ହୋଇଛି । ରଥ ନିର୍ମାଣ କାମ ସାରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହିପରି ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଅନୁସାରେ ଆଇନଜୀବୀ ବିଭୁତି ଭୂଷଣ ଚୌଧୁରୀଙ୍କ ପକ୍ଷରୁ ମାମଲା ହୋଇଥିଲା ।
ଉଲ୍ଲେଖଯୋଗ୍ୟ ଯେ ବହୁ ଆଲୋଚନା ପରେ ବିଳମ୍ବରେ ରଥନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା । କରୋନା ସମ୍ପର୍କିତ ସମସ୍ତ ଗାଇଡ଼ଲାଇନ ମାନି ରଥ ନିର୍ମାଣ କାର୍ଯ୍ୟ ଜାରି ରହିଛି । ବତ୍ତର୍ମାନ ଜୁନ ୨୨ସୁଦ୍ଧା ରଥ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ହୋଇଛି ।

Share

Leave a Reply

Your email address will not be published. Required fields are marked *

four × two =