ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ମୃତ

ରାୟଗଡ଼ା: ରାୟଗଡା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଚାଞ୍ଚରାଗୁଡା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ରାୟପୁରରୁ ବିଶାଖାପାଟଣା ଅଭିମୁଖେ ଯାଉଥିବା ଏକ ଟ୍ରକ ସହ ବିଷମକଟକରୁ ମୁନିଗୁଡା ଅଭିମୁଖେ ଯାଉଥିବା ଏକ ଟାଟା ମ୍ୟାଜିକ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଟାଟା ମ୍ୟାଜିକ ଉପରେ ଟ୍ରକଟି ଚଢିଯାଇଥିଲା । ଟ୍ରକ୍ ଚାପାରେ ଭ୍ୟାନରେ ବସିଥିବା ୨ଜଣ ଚାପିହୋଇ ପ୍ରାଣ ହରାଇଛନ୍ତି । ଖବର ପାଇ ବିଷମକଟକ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର‌୍ୟ୍ୟ ଜାରି ରଖିଛି ।

Share

Leave a Reply

Your email address will not be published. Required fields are marked *

two + eight =