୬ ଜିଲ୍ଲାକୁ ରେଡ ୱାର୍ଣ୍ଣି

ଭୁବନେଶ୍ୱର: ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୬ଟି ଜିଲ୍ଲାକୁ ରେଡ ୱାର୍ଣ୍ଣି ଜାରି କଲା ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡିକ ହେଉଛି ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ ଓ ଅନୁଗୋଳ ରହିଛି। ଏହି ଜିଲ୍ଲାଗୁଡିକ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଜିଲ୍ଲାଗୁଡିକ ହେଉଛି ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ବଲାଙ୍ଗୀର, ସୋନପୁର ଓ ବୌଦ୍ଧ। ଏହି ସମୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହି ଭଳି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଉଛି ବାଲେଶ୍ଵର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ନୂଆପଡା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ପ୍ରବଳ ବର୍ଷାରେ ସହରତଳି ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି। ଚାଳ ଝୁପୁଡି ଘର କ୍ଷତିଗ୍ରସ୍ତ ହେବାର ଆଶଙ୍କା କରାଯାଉଛି।

Share

Leave a Reply

Your email address will not be published. Required fields are marked *

11 + 18 =