ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ ଜିଲ୍ଲାକୁ ସତର୍କ  ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ସହ ଝଡ଼ତୋଫାନ ଓ ବଜ୍ରପାତ ମଧ୍ୟ ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ରାତି ସାଢେ ୭ଟା ଯାଏ ୧୩ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଦିଆଯାଇଛି।ବିଶେଷକରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ପୁରୀ, ଢେଙ୍କାନାଳ,  ଅନୁଗୁଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି।

Share

Leave a Reply

Your email address will not be published. Required fields are marked *

twelve − 10 =