୨୦୨୨ ମଧ୍ୟଭାଗ ସୁଦ୍ଧା ସରିବ ରାଉଲକେଲା ହକି ଷ୍ଟାଡିୟମ

ଭୁବନେଶ୍ବର () ଆଜି ମୁଖ୍ୟଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (51) ଭି.କେ ପାଣ୍ଡିଆନ ଏବଂ କ୍ରୀଡା ଓ ଯୁବ ସେବା ବିଭାଗର ସ୍ବତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା ରାଉରକେଲା ଯାଇ ବିପିୟୁଟି ପରିସରରେ ନିର୍ମିତ ହେବାକୁ ଥିବା ପ୍ରସ୍ତାବିତ ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସ୍ଥାନ ପରିଦର୍ଶନ କରିଥିଲେ । ୨୦୨୨ ମଧ୍ୟଭାଗ ସୁଦ୍ଧା ଏହାକୁ ସଂପୁର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ।

ସୂଚନା ଯୋଗ୍ୟ ଯେ ରାଉରକେଲାରେ ଏକ ଆନ୍ତର୍ଜାତିୟ ମାନର ହକି ଷ୍ଟାଡିୟମ ନିର୍ମାଣ କରାଯିବା ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମାସରେ ଘୋଷଣା କରିଥିଲେ । ଏହି ନୂଆ ଷ୍ଟାଡିୟମ ଜାନୁଆରୀ ୨୦୨୩ରେ ଓଡିଶାରେ ହେବାକୁ ଥିବା ୨୦୨୩ ପୁରୁଷ ହକି ବିଶ୍ବକପ୍ର ଅନ୍ୟତମ ଆୟୋଜନ ସ୍ମଳ ହେବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହା ଦେଶର ସର୍ବ ବୃହତ ହକି ଷ୍ଟାଡିୟମ ହେବ ଏବଂ ଏଥିରେ ଏକା ସଂଗରେ କୋଡିଏ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରେବେ ।

ବିପିୟୁଟି ପରିସରରେ ହେବାକୁ ଥିବା ଏହି ପ୍ରସ୍ତାବିତ ଷ୍ଟାଡିୟମ ଉଭୟ ଖେଳାଳୀ ଓ ଦର୍ଶକଙ୍କୁ ଯେପରି ବିଶ୍ବ ସ୍ତରୀୟ ଅନୁଭୁତି ପ୍ରଦାନ କରି ପାରିବ ତାକୁ ଦୃଷ୍ଟିରେ ରଖି ଏହାର ଡିଜାଇନ ପ୍ରସ୍ତୁତି କରାଯାଉଛି । ବିଶ୍ବର ଅତ୍ୟାଧୁନିକ ଏବଂ ସମ୍ମାନିତ ହକି ଷ୍ଟାଡିୟମ ଭାବେ ଏହାକୁ ଗଢିବାକୁ ଲକ୍ଷ୍ୟ ରଖାଯାଇଛି । ଏଥିରେ ମୁଖ୍ୟ ପିଚ୍ ସହ ଫୁଡ ଲାଇଟ, ଅଭ୍ୟାସ ପିଚ୍, ଜିମ୍, ହାଇଡ୍ରୋ ଥେରାପୀ, ମିଡିଆ କେନ୍ଦ୍ର, ବେତାର କେନ୍ଦ୍ର ସହିତ ପାର୍କିଂ ଏବଂ ଦର୍ଶକଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବ୍ୟବସ୍ଥା ରହିବ ।

ସୁନ୍ଦରଗଡ ଜିଲ୍ଲା ହକି ଖେଳାଳୀଙ୍କ ପାଇଁ ପ୍ରସିଦ୍ଧ । ଭାରତିୟ ହକିକୁ ସୁନ୍ଦରଗଡର ମହାନ ଅବଦାନ ପ୍ରତି ସମ୍ମାନ ଜଣାଇ ରାଜ୍ୟ ସରକାର ଏହି ବିଶ୍ବସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ପଦକ୍ଷେପ ନେଇଛନ୍ତି । ଏହି ଷ୍ଟାଡିୟମ ରାଉରକେଲା ତଥା ସୁନ୍ଦରଗଡ ଜିଲ୍ଲାର ଏକ ପ୍ରମୁଖ ସ୍ଥାନରେ ପରିଣତ ହେବ । ଖୁବଶୀଘ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏହି ପ୍ରକଳ୍ପ ସମ୍ପର୍କରେ ଉପସ୍ଥାପନ କରାଯିବ । 

Share

Leave a Reply

Your email address will not be published. Required fields are marked *

18 − five =