ହିଙ୍ଗୁଳା ମନ୍ଦିରର ମରାମତି ପାଇଁ ୯.୩୨ କୋଟି ଟଙ୍କା ମଞ୍ଜୁର

ତାଳଚେର: ତାଳଚେରରେ ହିଙ୍ଗୁଳା ମନ୍ଦିରର ମରାମତି ପାଇଁ ୯.୩୨ କୋଟି ଟଙ୍କା ମଞ୍ଜୁର | କେନ୍ଦ୍ର କୋଇଲା, ଖଣି ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ପହଲ୍ଲାଦ ଯୋଷୀ ୯.୩୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଟଙ୍କା ଏମସିଏଲର ସିଏସଆର ପାଣ୍ଠିରୁ ଦିଆଯିବ ବୋଲି କ । ଏହି ଖବର ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ଟଙ୍କାରେ ମନ୍ଦିରର ମୁଖଶାଳା ଓ ଯଜ୍ଞଶାଳାର ନିର୍ମାଣ କାର୍ଯ୍ୟ କରାଯିବ ବୋଲି ସୂଚନା ମିଳିଛି ।

ସୂଚନା ଅନୁଯାୟୀ ଜାନୁଆରୀ ୧୩ ତାରିଖରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନେଇ କେନ୍ଦ୍ରକୁ ଚିଠି ଲେଖିଥିଲେ ।ତାଳଚେର ଗୋଳପ୍ରସାଦ ସ୍ଥିତ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡର ପ୍ରସ୍ତାବ ଅନୁସାରେ ହିଙ୍ଗୁଳା ମନ୍ଦିର ସମ୍ମୁଖରେ ମୁଖଶାଳା ଓ ଯଜ୍ଞଶାଳାର ନିର୍ମାଣ କାର୍ଯ୍ୟ ପାଇଁ ଏମସିଏଲର ସିଏସଆର ପାଣ୍ଠିରୁ ଲୋକଙ୍କ ସୁବିଧା ପାଇଁ ଆର୍ଥିକ ସହାୟତା ଯୋଗାଇବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଥିଲେ । ଏହି ସହାୟତା ଦ୍ୱାରା ଶ୍ରଦ୍ଧାଳୁମାନେ ଉପକୃତ ହେବାସହ ସ୍ଥାନୀୟ ଅଞ୍ଚଳରେ ପର୍ଯ୍ୟଟନର ସୁବିଧା ମଧ୍ୟ ବଢିବ ବୋଲି ସେ ପତ୍ରରେ ଉଲ୍ଲେଖ କରିଥିଲେ । ଏହାର ପ୍ରତ୍ୟୁତରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ପତ୍ର ଲେଖି କହିଛନ୍ତି ଯେ, ଅନୁଗୁଳ ଜିଲ୍ଲା ତାଳଚେର ଗୋଳପ୍ରସାଦ ଅଞ୍ଚଳ ପାଇଁ ଏମଏସିଏଲ୍ ବୋର୍ଡ ସିଏସଆର ପାଣ୍ଠିରୁ ୯.୩୨ କୋଟି ଟଙ୍କା ମଞ୍ଜୁର କରିଛି । ସାଧାରଣତଃ ସ୍ଥାନୀୟ ଜନସାଧାରଣଙ୍କ ସୁବିଧା ଏବଂ ପର୍ଯ୍ୟଟନରେ ସୁବିଧା ଯୋଗାଇବା ପାଇଁ ଏହି ଆର୍ଥିକ ସହାୟତାକୁ ଅନୁମୋଦନ ଦିଆାଇଛି ବୋଲି ସେ କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

two × five =