ଆସନ୍ତାକାଲିଠାରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ୱର()ଆସନ୍ତାକାଲିଠାରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ। ୬୦ଟି ସେଣ୍ଟରରେ ହେବାକୁ ଥିବା ମୂଲ୍ୟାୟନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ସାମାଜିକ ଦୂରତା ସହ ସାନିଟାଇଜର ବ୍ୟବହାର ଉପରେ ଜୋର ଦିଆଯାଇଛି। ପୂର୍ବରୁ ମାର୍ଚ୍ଚ ୧୯ ତାରିଖରେ ଗୋଟିଏ ଦିନ ପାଇଁ ମୂଲ୍ୟାୟନ ହୋଇଥିଲା। ଏହାପରେ ଲକ୍ଡାଉନ୍ ହେବାରୁ ମୂଲ୍ୟାୟନ ସ୍ଥଗିତ ରହିଥିଲା ।

ସେହିପରି ମେ ୨୦ରେ ଖାତା ଦେଖା ପାଇଁ ସ୍ଥିର ହୋଇଥିଲା । ହେଲେ ଅମ୍ପନ ବାତ୍ୟା ପାଇଁ ଏହା ମେ ୨୧କୁ ଘୁଞ୍ଚାଇ ଦିଆ ଯାଇଥିଲା। ଶେଷରେ ମେ ୨୬ ତାରିଖରୁ ଖାତା ଦେଖା ପାଇଁ ସ୍ଥିର ହୋଇଛି । ୪୫ ଦିନ ଭିତରେ ଫଳାଫଳ ବାହାରିବ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଖାତାଦେଖା ହେବ। ସମସ୍ତ ପରୀକ୍ଷା ଖାତା ସୁରକ୍ଷିତ ଥିବା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ କହିଛନ୍ତି।

Share

Leave a Reply

Your email address will not be published. Required fields are marked *

8 + three =