ପୂର୍ବତନ ବାଚସ୍ପତି ଶରତ କରଙ୍କ ଦେହାନ୍ତ

ଭୁବନେଶ୍ବର() ପୂର୍ବତନ ବାଚସ୍ପତି ଶରତ କରଙ୍କ ପରଲୋକ ହୋଇଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୮୧ ବର୍ଷରେ ଦେହାନ୍ତ ହୋଇଥିବାର ସୂଚନା ଦେଇଛନ୍ତି ଶରତଙ୍କ ପୁଅ ସୁମନ କର । ବିଧାନସଭା ବାଚସ୍ପତି ସହ ଏକାଧିକ ଥର ମନ୍ତ୍ରୀ ଥିଲେ ଶରତ କର ।
୧୯୩୯ ମସିହା ସେପ୍ଟେମ୍ବର ମାସ ୫ତାରିଖରେ ଜନ୍ମଗ୍ରହଣ କରିଥିବା ଶରତ କର ଓଡ଼ିଶା ରାଜନୀତିର ବିଜୁ ଜନତା ଦଳ, ଉତ୍କଳ କଂଗ୍ରେସ ଓ ଜନତା ଦଳ ଆଦି ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିବା ବେଳେ ୧୯୭୧ ମସିହାରେ ବିଶ୍ୱନାଥ ଦାସଙ୍କ ମନ୍ତ୍ରିମଣ୍ଡଳରେ ଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ଥିଲେ। ୧୯୭୭ ମସିହାରେ ଜନତା ପାର୍ଟି ଟିକେଟରେ କଟକ ଲୋକସଭା ଆସନରୁ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ପରାଜିତ କରି ସଂସଦକୁ ନିର୍ବାଚିତ ହୋଇଥିଲେ। ସେ ୨୦୦୦ରୁ ୨୦୦୪ ଯାଏ ଓଡ଼ିଶା ବିଧାନସଭାର ବାଚସ୍ପତି ଥିଲେ।

Share

Leave a Reply

Your email address will not be published. Required fields are marked *

sixteen + 19 =