ସପ୍ତାହର ଶେଷ ଦୁଇଦିନ ଭକ୍ତଙ୍କ ପାଇଁ ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସପ୍ତାହରେ ଦୁଇ ଦିନ ଅର୍ଥାତ ଶନି ଓ ରବି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଶନିବାର ଓ ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ସାଧାରଣ ଭକ୍ତ । ଆସନ୍ତା ୨୪ ତାରିଖରୁ ଏହି ନିୟମ ଲାଗୁ କରାଯିବ । ଏନେଇ ଆଜି ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କେବି ସିଂ, ଛତିଶା ନିଯୋଗ ମହାନାୟକଙ୍କ ସମେତ ବିଭିନ୍ନ ସେବାୟତ ନିଯୋଗର ପ୍ରତିନିଧି ସାମିଲ ହୋଇଥିଲେ । କରୋନାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ଏସଓପି ପରିବର୍ତନ ନେଇ ବୈଠକରେ ଆଲୋଚନା କରାଯାଇଥିଲା ।ବୈଠକ ଶେଷ ହେବା ପରେ ଏଭଳି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ।

ସେହିଭଳି ବାହାର ଭକ୍ତଙ୍କ ପାଇଁ ଆରଟିପିସିଆର ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି । ଏହାସହ ଦୁଇ ପର୍ଯ୍ୟାୟ ଟିକା ନେଇଥିବା ମଧ୍ୟ ବାଧ୍ୟତାମୂଳକ କରାଯାଇଛି । ଶ୍ରୀମନ୍ଦିର ଭିତରେ ବାହାର କାଠ ନିକଟରୁ ହେବ ସର୍ବସାଧାରଣ ଦର୍ଶନ । ଆସନ୍ତା ୨୪ ତାରିଖରୁ ଏହି ନିୟମ ଲାଗୁ ହେବ । ମନ୍ଦିର ଭିତରେ ବାହାରେ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

three + fifteen =