ଆହୁରି ୪ ଦିନ ବନ୍ଦ ରହିବ ଏସବିଆଇ ମୁଖ୍ୟ କାର୍ଯ୍ୟାଳୟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ୟୁନିଟ୍-୧ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ କାର୍ଯ୍ୟାଳୟ ଆହୁରି ୪ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ । କାର୍ଯ୍ୟାଳୟରୁ ଅଧିକ ମାତ୍ରାରେ ସଂକ୍ରମିତ ଚିହ୍ନଟ ପରେ ବିଏମସି ପକ୍ଷରୁ ଏଭଳି କଡ଼ା ନିଷ୍ପତି ନିଆଯାଇଛି । ଆଜିଠାରୁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ କାର୍ଯ୍ୟାଳୟ । ଦୁଇ ଦିନ ଅଫିସ ସିଲ୍ ହୋଇଥିବା ବେଳେ ୧୦ ତାରିଖ ଦ୍ୱିତୀୟ ଶନିବାର ଓ ୧୧ ତାରିଖ ରବିବାର ପଡୁଥିବାରୁ ବନ୍ଦ ରହିବ ବ୍ୟାଙ୍କ।

ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ କାର୍ଯ୍ୟାଳୟ ପୂର୍ବରୁ ଏକାଧିକ ସଂକ୍ରମିତ ଚିହ୍ନଟ ହୋଇଥିବା କାରଣରୁ ୨ ଦିନ ଅଥାର୍ତ ୪୮ ଘଣ୍ଟା ସିଲ୍ କରିଥିଲା ବିଏମସି । ତେଣୁ ଲୋକଙ୍କୁ ମୁଖ୍ୟ କାର୍ଯ୍ୟାଳୟକୁ ନଆସି ଅନଲାଇନରେ କାରବାର କରିବାକୁ କୁହାଯାଇଥିଲା ।ତେବେ ଆଜି ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଇବା ପରେ ଆହୁରି ୪ ଦିନ ପର୍ଯ୍ୟନ୍ତ ବ୍ୟାଙ୍କକୁ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି |

Share

Leave a Reply

Your email address will not be published. Required fields are marked *

thirteen − twelve =