ମାର୍ଚ୍ଚ ୩୧ ଯାଏଁ ସ୍କୁଲ ବନ୍ଦ

ଭୁବନେଶ୍ୱର()  କରୋନାକୁ ରାଜ୍ୟ ବିପର୍ୟ୍ୟୟ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏଥି ସହ ୩୧ ମାର୍ଚ୍ଚ ଯାଏ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ତେବେ ଶିକ୍ଷାନୁଷ୍ଠାନ ବନ୍ଦ ସତ୍ୱେ ପରୀକ୍ଷା ଚାଲୁ ରହିବ । କରୋନା ଲାଗି ସରକାର ୨୦୦ କୋଟି ଟଙ୍କାର ସତନ୍ତ୍ର ପ୍ୟାକେଜ୍ ପ୍ରସ୍ତାବକୁ ମଞ୍ଜୁରି ମିଳିଛି। ଜନତାଙ୍କ ସୁରକ୍ଷାକୁ ନଜରରେ ରଖି ରାଜ୍ୟର ସମସ୍ତ ସିନେମା ହଲ, ସୁଇମିଂ ପୁଲଗୁଡିକୁ ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର ।

ସୂଚନା ଅନୁସାରେ ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୭୫କୁ ବୃଦ୍ଧି ପାଇଥିବା ବେଳେ କରୋନା ଭାଇରସରେ ଆକ୍ରାନ୍ତ ହୋଇ ଜଣେ ୭୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ଯାହାକୁ ନେଇ ଏବେ ଉଭୟ ଦେଶ ଏବଂ ରାଜ୍ୟରେ ଆତଙ୍କ ଖେଳିଯାଇଛି । ତେବେ ଓଡିଶାରେ କେହି କରୋନା ଭାଇରସରେ ଆକ୍ରାନ୍ତ ନଥିବା ସ୍ପଷ୍ଟ ହୋଇଥିଲେ ମଧ୍ୟ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଖେଳିଯାଇଛି ।

Share

Leave a Reply

Your email address will not be published. Required fields are marked *

14 − 11 =