ଆସନ୍ତାକାଲି ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସଟଡାଉନ ଘୋଷଣା

୭୨ ଘଣ୍ଟା ପାଇଁ ସଟଡାଉନ ଘୋଷଣା କରାଯାଇଛି ।ଆସନ୍ତାକାଲି ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ରାୟଗଡ଼ା ଜିଲ୍ଲାକୁ ସଟଡାଉନ ଘୋଷଣା କରାଯାଇଛି । କରୋନା ସଂକ୍ରମଣରେ ରୋକ ଲଗାଇବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି ।ଆଜି ଜିଲ୍ଲାରୁ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏହିପରି ପଦକ୍ଷେପ ଗ୍ରହଣ କରାଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଉଟଡୋର ମଧ୍ୟ ୪୮ ଘଣ୍ଟା ପାଇଁ ବନ୍ଦ ରହିବ ବୋଲି ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ସୂଚନା ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

seven + nine =