ପୁଣି ୩ ଦିନ ସଟଡାଉନ ଘୋଷଣା

ଦିନକୁ ଦିନ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଏହିକ୍ରମେ ଆସନ୍ତାକାଲି ଶନିବାର ସକାଳ ୫ଟାରୁ ୧୦ ତାରିଖ ମଧ୍ୟରାତ୍ର ଯାଏଁ ନବରଙ୍ଗପୁର ଜିଲ୍ଲାକୁ ସଟଡାଉନ ଘୋଷଣା କରାଯାଇଛି । କରୋନା ସଂକ୍ରମଣ ରୋକିବାକୁ ଜିଲ୍ଲାପାଳ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି ।

ରାଜ୍ୟରୁ ଆଜି ଆଉ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୮ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୭୧୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଶୁକ୍ରବାର ଚିହ୍ନଟ ୧୮୩୩ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨ ହଜାର ୫୫୦ ରେ ପହଞ୍ଚିଛି । ତେବେ ଆଜି ନବରଙ୍ଗପୁର ଜିଲ୍ଲାରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

two × three =