ଭାରତରେ ଦୁଗ୍ଧ ଏବଂ ଅଣ୍ଡାର ଉତ୍ପାଦନ ୬% ବୃଦ୍ଧି ପାଇଛି

ଭୁବନେଶ୍ୱର() ଅର୍ଥନୀତି ଉପରେ କୋଭିଡ-୧୯ ମହାମାରୀର ଗଭୀର ପ୍ରଭାବ ପଡିବା ସତ୍ୱେ ଭାରତରେ ଦୁଗ୍ଧ ଏବଂ ଅଣ୍ଡାର ଉତ୍ପାଦନ ୬% ବୃଦ୍ଧି ପାଇଛି ବୋଲି କହିଛନ୍ତି ଭାରତୀୟ କୃଷି ଅନୁସନ୍ଧାନ ପରିଷଦ(ଆଇସିଏଆର୍)ର ମହା ନିଦେ୍ର୍ଧଶକ ଓ କୃଷି ଗବେଷଣା ଓ ଶିକ୍ଷା ବିଭାଗର ସଚିବ ଡ. ତି୍ରଲୋଚନ ମହାପାତ୍ର ।

ଏହି ମହାମାରୀ ନିଜ କାର୍ଯ୍ୟରେ ବ୍ୟସ୍ତ ରହୁଥିବା କୃଷକମାନଙ୍କ କାର୍ଯ୍ୟକୁ ବନ୍ଦ କରିପାରି ନାହିଁ କିମ୍ବା ସେମାନଙ୍କର କୃଷି ଉତ୍ପାଦନ କାର୍ଯ୍ୟରେ କୈ।ଣସି ପ୍ରଭାବ ପକାଇ ପାରି ନାହିଁ ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ ପକ୍ଷରୁ ଆୟୋଜିତ ୩ ଦିନିଆ ଇ-ଜାତୀୟ ସମ୍ମିଳନୀର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇ ଡ. ମହାପାତ୍ର ଏହି ସୂଚନା ଦେଇଛନ୍ତି ।

କୃଷି କ୍ଷେତ୍ରରେ ବିଭିଧତା ଏକ ସଫଳ କୃଷି ଅର୍ଥନୀତିର ମାନଦଣ୍ଡ ବୋଲି କହିବା ସହ କୃଷି କ୍ଷେତ୍ରରେ ଉତ୍ପାଦନକୁ ବୃଦ୍ଧି କରିବା ପାଇଁ ନୂତନ ବୈଜ୍ଞାନିକ ଜ୍ଞାନ କୋଶଳର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ସମ୍ମିଳନୀର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ସୋଆ ପ୍ରତିଷ୍ଠଠାତା ସଭାପତିଙ୍କ ପ୍ରମୁଖ ପରାମର୍ଶଦାତା ତଥା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ପୂର୍ବତନ କୁଳପତି ପ୍ରଫେସର ଡି.ପି. ରାୟ, ସୋଆର କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର, ଆଇଏଏସ୍ର ଡିନ୍ (ପିଜି) ପ୍ରଫେସର ପ୍ରେମାନନ୍ଦ ମହାପାତ୍ର, ଡିନ୍ ପ୍ରଫେସର ବିଜୟ କୁମାର ସାହୁ ପ୍ରମୁଖ ନିଜର ବକ୍ତବ୍ୟ ରଖିଥିଲେ । ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ ପ୍ରଫେସର ବିବୁଧ ପରାସର ।

Share

Leave a Reply

Your email address will not be published. Required fields are marked *

five + 1 =