ଆହୁରି ୫ ଦିନ ପ୍ରବଳ ଖରା

ଆହୁରି ୫ ଦିନ କଲବଲ କରିବ ଟାଣ ଖରା । ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ବଢିପାରେ ତାତି । ଆଜି ୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ଅନୁଗୁଳ ଓ ବଲାଙ୍ଗୀର ଜିଲ୍ଲାରେ ପ୍ରଚଣ୍ଡ ଖରା ହୋଇପାରେ । ଆସନ୍ତା ୩୦ ତାରିଖ ଯାଏଁ ଏସବୁ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଗତକାଲି ସବୁଠୁ ଉତ୍ତପ୍ତ ସହର ହୋଇଥିଲା ବୌଦ୍ଧ । ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୪ ଦଶମିକ ୫ ଡିଗ୍ରୀ ରେକର୍ଡ କରାଯାଇଥିଲା ।ଝାରସୁଗୁଡାରେ ୪୩ ଦଶମିକ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ୯ଟି ସ୍ଥାନର ତାପମାତ୍ରା ୪୩ ଡିଗ୍ରୀ ପାର କରିଥି ଲା । ୪୨ ଡିଗ୍ରୀ ଉପରେ ୧୪ ସହର ରହିଥିବା ବେଳେ ୪୦ ଡିଗ୍ରୀ ଉପରେ ୨୨ଟି ସହରର ତାପମାତ୍ରା ରେକର୍ଡ କରାଯାଇଥିଲା ।

Share

Leave a Reply

Your email address will not be published. Required fields are marked *

12 − 3 =