ତପସ୍ୱିନୀଙ୍କୁ ମାସିକ ୧୦ ହଜାର ଟଙ୍କା ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ବହୁ ଚର୍ଚ୍ଚିତ ବ୍ରହ୍ମପୁର ସୁମିତ-ତପସ୍ୱିନୀ ପାରିବାରିକ ବିବାଦ ମାମଲାରେ ପୁଣି ନୂଆ ମୋଡ଼। ତପସ୍ୱିନୀଙ୍କୁ ମାସିକ ୧୦ ହଜାର ଟଙ୍କା ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ଭରଣପୋଷଣ ନେଇ ତଳକୋର୍ଟ ଦେଇଥିବା ନିର୍ଦ୍ଦେଶନାମା ଉପରେ ସ୍ଥଗିତାଦେଶ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।
ଭରଣପୋଷଣ ବାବଦକୁ ସୁମିତ ତପସ୍ୱିନୀଙ୍କୁ ମାସିକ ୧୭ ହଜାର ଟଙ୍କା ପରିବର୍ତ୍ତେ ୧୦ ହଜାର ଟଙ୍କା ଦେବେ ବୋଲି ହାଇକୋର୍ଟ ନିର୍ଦ୍ଦେଶନାମା ଦେଇଥିବା ବେଳେ ପ୍ରତ୍ୟେକ ମାସ ୧୦ ତାରିଖ ସୁଦ୍ଧା ଏହି ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଏକ ମାସ ପର୍ଯ୍ୟନ୍ତ ତପସ୍ୱିନୀ ସେହି ଘରେ ରହିବାକୁ କୋର୍ଟ ଅନୁମତି ଦେଇଛନ୍ତି ।
ଏହାସହ ଏକ ମାସ ମଧ୍ୟରେ ବାହାରେ ଘରଭଡା ନେଇ ସ୍ତ୍ରୀ ସହିତ ରହିବାକୁ ସୁମିତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ମାର୍ଚ୍ଚ ୨୮ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ବ୍ରହ୍ମପୁର ଜିଲା ଦୌରାଜଜ ଗତ ଜାନୁଆରୀ ୪ ତାରିଖରେ ଦେଇଥିବା ନିର୍ଦ୍ଦେଶ ବିରୋଧରେ ହାଇକୋର୍ଟରେ ଏହି ଅପିଲ କରିଛନ୍ତି ସୁମିତ।

Share

Leave a Reply

Your email address will not be published. Required fields are marked *

eighteen − fourteen =