ସୁପ୍ରିମକୋର୍ଟଙ୍କ ଆନ୍ଧ୍ରକୁ ଜବାବ୍ ତଲବ ନୋଟିସ

କୋରାପୁଟ: ସୁପ୍ରିମକୋର୍ଟରେ କୋଟିଆ ମାମଲାର ଶୁଣାଣି | କୋଟିଆରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ପ୍ରସଙ୍ଗରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ଓଡ଼ିଶାର ଆବେଦନ ଉପରେ ପ୍ରତିପକ୍ଷ ଆନ୍ଧ୍ରକୁ ଜବାବ ତଲବ ନୋଟିସ ହୋଇଛି ।ଆସନ୍ତା ଶୁକ୍ରବାର ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ |

ଆଜି ମାମଲାର ଜରୁରୀ ଶୁଣାଣି ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଥିଲା ଓଡ଼ିଶା। ରାଜ୍ୟ ସରକାରଙ୍କ ପକ୍ଷରୁ ଆଇନଜୀବୀ ଶିବଶଙ୍କର ମିଶ୍ର ମାମଲା ରୁଜୁ କରିଛନ୍ତି । ଆନ୍ଧ୍ର ପ୍ରଦେଶ ଗଠନ ପୂର୍ବରୁ ୧୯୫୧ ମସିହାରୁ କୋଟିଆ ଅଧିବାସୀ ଓଡିଶାର କୋରାପୁଟ ଲୋକସଭା ନିର୍ବାଚନମଣ୍ଡଳୀ ଓ ପଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟ ଦେଇ ଆସୁଛନ୍ତି । ୧୯୫୬ ମସିହାରେ ଆନ୍ଧ୍ର ପ୍ରଦେଶ ଗଠନ ହୋଇଛି । ୧୯୬୮ରେ ଏହି ସୀମା ବିବାଦର ଶୁଣାଣି କରି ସୁପ୍ରିମକୋର୍ଟ ସ୍ଥିତାବସ୍ଥା ବଜାୟ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାର ଅବମାନନା କରି ଆନ୍ଧ୍ରପ୍ରଦେଶ ନିର୍ବାଚନ କମିଶନଙ୍କ ପକ୍ଷରୁ କୋଟିଆର ୩ଟି ପଞ୍ଚାୟତରେ ନିର୍ବାଚନ କରିବାକୁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଏହା ବିରୋଧରେ ଓଡ଼ିଶା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି । କୋଟିଆର ଫଗୁସେନାରୀ, ଫଟୁସେନାରୀ ଓ ଗଞ୍ଜେଇପଦର ଗାଁରେ ନିର୍ବାଚନ କରୁଛି ଆନ୍ଧ୍ର ସରକାର । ଏହି ୩ଟି ଗାଁ କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ତହସିଲ ଅଧୀନରେ ଅଛି ।

Share

Leave a Reply

Your email address will not be published. Required fields are marked *

2 + 5 =