ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର (): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେତୁ ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ସୂଚନା ମିଳିଛି  ।

ସୂଚନାଯୋଗ୍ୟ, ଭୁବନେଶ୍ବର ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ଘଡଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ଅଛି । ଗତକାଲି କନ୍ଧମାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା, କୋରାପୁଟ, ରାୟଗଡ଼ା, ଭଦ୍ରକ, ଗଜପତି, ମୟୁରଭଞ୍ଜ, ବାଲେଶ୍ବର ଓ ଜଗତସିଂହପୁର ଆଦି ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ହୋଇଥିବା ଜଣାପଡ଼ିଛି । ସେହିପରି ଗତକାଲି ଟିଟଲାଗଡ଼ରେ ୩୮.୦ଡିଗ୍ରୀ ସେଲସିୟସ୍ ସର୍ବାଧିକ ତାପମାତ୍ରା ଥିବା ବେଳେ ସୁନ୍ଦରଗଡ଼ରେ ୨୩.୦ଡିଗ୍ରୀ ସେଲସିୟସ୍ ସର୍ବନିମ୍ନ ତାପମାତ୍ରା ରହିଛି ।

Share

Leave a Reply

Your email address will not be published. Required fields are marked *

five + two =