୧୦ ଜିଲ୍ଲାରେ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର()  ରାଜ୍ୟରେ ୧୦ରୁ ଉର୍ଦ୍ଧ୍ୱ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଲା ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କଟକ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା ଓ ସମ୍ବଲପୁର । ବଜ୍ରପାତ ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।

ସେହିପରି ଅଗଷ୍ଟ ୨୦ରୁ ୨୧ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Share

Leave a Reply

Your email address will not be published. Required fields are marked *

sixteen − five =