ଆଜି ପବିତ୍ର ମହାଳୟା

ଭୁବନେଶ୍ୱର: ଆଜି ମହାଳୟା ଜ୍ଝ ପବିତ୍ର ମହାଳୟା ଶ୍ରାଦ୍ଧ ପାଇଁ ଆଜି ଶହଶହ ଶ୍ରଦ୍ଧାଳୁ ପିତୃ ପୁରୁଷ ଓ ମାମୁଁ ଘର ତିନି ପୁରୁଷଙ୍କୁ ପିଣ୍ଡଦାନ କରିଥିଲେ। ପିଣ୍ଡଦାନ କଲେ ପରଲୋକଗତ ଆତ୍ମାର ସଦ୍ଗତି ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଶ୍ରଦ୍ଧାଳୁମାନେ ଶ୍ରାଦ୍ଧ ଅର୍ପଣ କରିଥିଲେ। ଆଶ୍ୱିନ ମାସର ଅମାବାସ୍ୟା ‘ମହାଳୟା’ ଅମାବାସ୍ୟା ଭାବରେ ପରିଚିତ ଓ ପ୍ରସିଦ୍ଧ। ଏହି ଅମାବାସ୍ୟାର ନାମ କାହିଁକି ‘ମହାଳୟା’, ତାହାର ଅନେକ ତାତ୍ପର୍ୟ୍ୟ ରହିଛି। ‘ମହତାଂ ଆଳୟଃ ମହାଳୟଃ’। ଅର୍ଥାତ୍ ମହାନ ପୁରୁଷମାନଙ୍କର ଆଳୟ ହେଉଛି ମହାଳୟ।
ଆଜି ପବିତ୍ର ମହାଳୟା ଅମାବାସ୍ୟା । ଏହା ଆମର ଏକ ଧର୍ମଭିତ୍ତିକ ପର୍ବ । ପିତୃପୁରୁଷଙ୍କୁ ସନ୍ତୁଷ୍ଟି ପାଇଁ ହିନ୍ଦୁମାନଙ୍କର ଏହା ଏକ ଶ୍ରାଦ୍ଧ କର୍ମର ଦିବସ। ଏହି ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ ”’ମହାଳୟା ଶ୍ରାଦ୍ଧ”’, ”’ସାମ୍ବତ୍ସରିକ ଶ୍ରାଦ୍ଧ”’ ବା ”’ପାର୍ବଣ ଶ୍ରାଦ୍ଧ”’ ବା ”’ମଉଳା ଶ୍ରାଦ୍ଧ”’ କୁହାଯାଏ ।

ଆଶ୍ୱିନ ମାସର ପ୍ରଥମ ପକ୍ଷ “ପିତୃପକ୍ଷ” ନାମରେ ପରିଚିତ । ଏହି ପକ୍ଷର ଅମାବାସ୍ୟା “ମହାଳୟା ଅମାବାସ୍ୟା” ନାମରେ ପାଳିତ । ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ “ପିତୃପର୍ବ” ମଧ୍ୟ କୁହାଯାଏ । ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବସ୍ୟା ପର୍ୟ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ କୁହାଯାଏ । ଚତୁର୍ଦ୍ଦଶୀ ତିଥି ଯାଏଁ ତର୍ପଣ କଲାପରେ ଅମାବସ୍ୟା ଦିନ ପିଣ୍ଡଦାନ କରାଯାଏ । ସୂର୍ୟ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହାକୁ ମହାଳୟା ଅମାବାସ୍ୟା କୁହାଯାଏ ।

ମହଳୟା ଶ୍ରାଦ୍ଧର ତର୍ପଣରେ ବ୍ରହ୍ମା, ବିଷ୍ଣୁ, ରୁଦ୍ର, ପ୍ରଜାପତି, ଅଚାର୍ୟ୍ୟ, ବେଦ, ଛନ୍ଦ, ଗନ୍ଧର୍ବଗଣ, ଦେବଗଣ, ପୁରୁଣାଚାର୍ୟ୍ୟ, ସମ୍ବତ୍ସର, ଶାବୟବ, ନାଗଗଣ, ଯକ୍ଷ, ଭକ୍ଷ, ପିଶାଚ, ବନସ୍ପତି, ଔଷଧ, ଭୂତଗ୍ରାମ, ଚତୁଷ୍ଟୟ ଏବଂ ପୃଥିବୀ ଇତ୍ୟାଦି କୋଡ଼ିଏ ଦେବଗଣଙ୍କୁ ଗୋଟିଏ ଥର ତର୍ପଣ; ସନତ, ସନନ୍ଦ, ସନତନ, କପିଳ, ଆସୁରୀ, ଡୋବୁ, ଏବଂ ପଞ୍ଚଶିଖ ଇତ୍ୟାଦି ସାତ ଋଷିଙ୍କୁ ଦୁଇ ଥର ତର୍ପଣ ଏବଂ ପିତୃପୁରୁଷଗଣଙ୍କୁ ତିନିଥର ତର୍ପଣରେ ଅପ୍ୟାୟିତ କରାଯାଏ ।

ପିତୃ ତର୍ପଣରେ ପିତାଙ୍କୁ ରୁଦ୍ର ରୂପେ, ପିତାମହଙ୍କୁ ବସୁରୂପେ ଓ ପ୍ରପିତାମହଙ୍କୁ ଆଦିତ୍ୟରୂପେ କଳ୍ପିତ କରାଯାଏ । ପିଣ୍ଡଦାତାଙ୍କ ଆଳୟରେ ସର୍ବଦେବ, ଋଷି, ଏବଂ ପିତୃପୁରୁଷଙ୍କ ଉପସ୍ଥିତ ହେତୁ ଏହାଙ୍କୁ ମହାଳୟା ଶ୍ରଦ୍ଧ କୁହାଯାଏ । ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦା ଠାରୁ ଅମାବାସ୍ୟା, ଏହି ୧୫ ଦିନ ମଧ୍ୟରେ ଜଣେ ଯେକୌଣସି ଦିନ ଶ୍ରାଦ୍ଧ ଦେଇ ପାରେ,ଏଥିପାଇଁ ଏହାକୁ ପିତୃପକ୍ଷ କୁହଯାଏ ।

Share

Leave a Reply

Your email address will not be published. Required fields are marked *

sixteen − 9 =