ଆଜି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଜିଲ୍ଲା ଗସ୍ତ

ଭୁବନେଶ୍ୱର: ଆଜି ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାରିପଦାରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲା ପାଇଁ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ କରିବେ । ଏହାଛଡା ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଦିନ ୧୧ଟାବେଳେ ସେ ଲୋକଙ୍କୁ ଉଦବୋଧନ ଦେବେ । ଗତ କିଛି ଦିନରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲା ଗସ୍ତ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଂଟନର ଶୁଭାରମ୍ଭ କରିବା ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ସେ ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଗଜପତି, ପୁରୀ, ଜିଲ୍ଲା ଆଦି ଗସ୍ତ କରିସାରିଛନ୍ତି ।

Share

Leave a Reply

Your email address will not be published. Required fields are marked *

2 × one =