ଆଜି ବାହାରିକ +୨ କଳା ରେଜଲ୍ଟ

ଭୁବନେଶ୍ୱର: ଆଜି ସଂଧ୍ୟା ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ୱେବସାଇଟରେ ଉପଲବ୍ଧ ହେବ ପରୀକ୍ଷାଫଳ । କୋରୋନା ମହାମାରୀ ଯୋଗୁଁ ଏ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ବାତିଲ କରିବାକୁ ପଡିଥିଲା । ତେଣୁ ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇଛି । ଗତ ଜୁଲାଇ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇଥିଲା । ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାରେ ୨ ଲକ୍ଷ ୨୧ ହଜାର ୮୬୭ ଜଣ ଛାତ୍ରଛାତ୍ରୀଙ୍କ ବିକଳ୍ପ ମୂଲ୍ୟାୟନ ଜରିଆରେ ଫଳ ପ୍ରକାଶ କରାଯିବ ।

Share

Leave a Reply

Your email address will not be published. Required fields are marked *

eleven − 3 =