ଆସନ୍ତାକାଲି ବିଜେଡିରେ ମିଶିବେ ପ୍ରଦୀପ ମାଝି

ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଇଥିବା ବରିଷ୍ଠ ନେତା ପ୍ରଦୀପ ମାଝି ଆସନ୍ତାକାଲି ବିଜେଡିରେ ଯୋଗଦେବେ । ନବରଙ୍ଗପୁର ଜିଲ୍ଲାରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହେବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲ ମାଧ୍ୟମରେ ଯୋଗଦେବେ ।

ସୂଚନାଯୋଗ୍ୟ, ରାଜ୍ୟରେ କଂଗ୍ରେସ ସଂଗଠନ ଦିନକୁ ଦିନ ତଳକୁ ତଳ ଯାଉଥିବାବେଳେ ଶ୍ରୀ ମାଝୀ ଦଳ ଛାଡ଼ିବା ପ୍ରାୟତଃ ଏକପ୍ରକାର ନିଶ୍ଚିତ ବୋଲି ପୂର୍ବରୁ ଇସାରା ଦେଇ ସାରିଥିଲେ। ଏହାବାଦ ନବରଙ୍ଗପୁର ସମେତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବିଜେଡି ପାଖରେ ଜଣେ ଦକ୍ଷ ଆଦିବାସୀ ନେତା ନଥିବାରୁ ଦଳ ଏବେ ଶ୍ରୀ ମାଝୀଙ୍କ ଉପରେ ଭରସା କରିବାକୁ ଯୋଜନା ରଖିଛି । ଶ୍ରୀ ମାଝୀ ରାଜ୍ୟ ଯୁବ କଂଗ୍ରେସ ସଭାପତି ଭାବେ ୨୦୦୯ରୁ ୨୦୧୧ ଓ ୨୦୦୯ରୁ ୨୦୧୪ ପର୍ୟ୍ୟନ୍ତ କଂଗ୍ରେସ ସାଂସଦ ଭାବେ ନବରଙ୍ଗପୁରରୁ ନିର୍ବାଚିତ ହୋଇଥିଲେ । ତା’ପୂର୍ବରୁ ସେ ନବରଙ୍ଗପୁର ଜିଲ୍ଲା ପରିଷଦ ସଭାପତି ଭାବେ ମଧ୍ୟ କାର୍ୟ୍ୟ କରିଛନ୍ତି । ପଂଚାୟତ ନିର୍ବାଚନରେ ଆଦିବାସୀ ଭୋଟରଙ୍କୁ ଆକୃଷ୍ଟ କରିବା ତଥା ପଶ୍ଚିମ ଓଡ଼ିଶାରେ ନିଜର ଭୋଟ ବ୍ୟାଙ୍କକୁ ସୁଦୃଢ଼ କରିବା ପାଇଁ ବିଜେଡି ଏବେ ଶ୍ରୀ ମାଝିଙ୍କ ଉପରେ ଦାୟିତ୍ୱ ନ୍ୟସ୍ତ କରିବ ବୋଲି ଜଣାଯାଇଛି।

Share

Leave a Reply

Your email address will not be published. Required fields are marked *

five × 2 =