ବାଲେଶ୍ଵର ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବାଲେଶ୍ୱର: ବାଲେଶ୍ଵର ଜିଲ୍ଲା ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଗସ୍ତ କରିଛନ୍ତି ମାନ୍ୟବର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ତାଙ୍କ ସହ ସ୍ଥାନୀୟ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଥିଲେ। ବାତ୍ୟା ପ୍ରଭାବିତ ଅଞ୍ଚଳର ଦୁର୍ଦ୍ଦଶା ସୁଧୁରି ନଥିବା ସମୟରେ ଏହାର ପ୍ରତିକାର ମୂଳକ ପଦକ୍ଷେପ ନେବାକୁ ଦାବି କରିଛନ୍ତି ଅଞ୍ଚଳବାସୀ ।

ଆଜି କେନ୍ଦ୍ରମନ୍ତ୍ରୀ ୧୧ଟା ସମୟରେ ବାଲେଶ୍ଵର ଆଇଟିଆର ହେଲିପ୍ୟାଡ଼ ଠାରେ ଓହ୍ଲାଇବା ପରେ ଶ୍ରୀକୋଣା ପଞ୍ଚାୟତର ବିଭିନ୍ନ ଗାଁକୁ ଯାଇ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ । ଅଞ୍ଚଳବାସୀ ମଧ୍ୟ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଅଭିଯୋଗ ଶୁଣାଇଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଙ୍ଗିଥିବା ନଦୀବନ୍ଧ ବୁଲିବା ପରେ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି । ଖୁବଶୀଘ୍ର ନଦୀବନ୍ଧର ମରାମତି କରାଯିବା ସହ କ୍ଷୟକ୍ଷତି ଆକଳନ କରି ପ୍ରଭାବିତ ଅଞ୍ଚଳ କିପରି ସ୍ୱାଭାବିକ ହେବ ଏନେଇ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବେ ବୋଲି କହିଛନ୍ତି।ଅନ୍ୟପକ୍ଷେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ କ୍ଷତିଗ୍ରସ୍ତ ଅଂଚଳର ପୁନଃ ଉଦ୍ଧାର କରାଯିବ ବୋଲି କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

18 − six =