ରାଜ୍ୟରେ ୨୪ ଘଣ୍ଟାରେ ୫୮୯୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି ଦୈନିକ ସଂକ୍ରମଣ ହାର । ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ଏହା ୬ ହଜାର ତଳକୁ ଖସି ଆସିଛି। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରୁ ୫୮୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ରାଜ୍ୟରେ ଆଉ ୪୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ବରଗଡ଼ ଜିଲ୍ଲାରୁ ୯୯ ଜଣ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିରରୁ ୭୭, ବୌଦ୍ଧରୁ ୭୩, ଦେବଗଡ଼ରୁ ୨୨, ଗଜପତିରୁ ୪୪, ଗଞ୍ଜାମରୁ ୩୫, ଜଗତସିଂହପୁରରୁ ୨୩୨, ଝାରସୁଗୁଡ଼ାରୁ ୫୪, କଳାହାଣ୍ଡିରୁ ୫୩, କନ୍ଧମାଳରୁ ୬୫, କେନ୍ଦ୍ରାପଡ଼ାରୁ ୨୩୫, କେନ୍ଦୁଝରରୁ ୧୩୦, କୋରାପୁଟରୁ ୧୨୯, ମାଲକାନଗିରିରୁ ୧୧୬, ମୟୂରଭଞ୍ଜରୁ ୨୬୧, ନବରଙ୍ଗପୁରରୁ ୧୭୪, ନୟାଗଡ଼ରୁ ୧୭୭, ନୂଆପଡ଼ାରୁ ୩୭, ପୁରୀରୁ ୨୪୧, ରାୟଗଡ଼ାରୁ ୧୬୬, ସମ୍ବଲପୁରରୁ ୯୨, ସୋନପୁରରୁ ୭୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୧୪୫ ଜଣ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

2 + fourteen =