ଆଜି ଏୟାରଲିଫ୍ଟ୍ ହେବେ ଭିଜିଲାନ୍ସ ନିର୍ଦ୍ଦେଶକ

କଟକ: କୋଲକାତାର ସୁପର ସ୍ପେଶାଲିଷ୍ଟ ହସ୍ପିଟାଲକୁ ଏୟାର ଆମ୍ବୁଲାନ୍ସରେ ଯିବେ ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ । କରୋନାରେ ଆକ୍ରାନ୍ତ ହୋଇ ଏବେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଦେବାଶିଷ । ଗତକାଲି ତ।।ଙ୍କୁ ନେବା ଲାଗି କୋଲକାତାରୁ ଏକ ୪ଜଣିଆ ଟିମ୍ ଆସି କଟକରେ ପହଞ୍ଚିଛନ୍ତି ।

ସୂଚନା ଥାଉକି, ଡା. ପାଣିଗ୍ରାହୀଙ୍କୁ ମେ ୨୯ରେ କଟକ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନାରେ ଚିକିତ୍ସିତ ହେବାର ଦୁଇ ଦିନ ପରେ ତାଙ୍କ ସ୍ୱାସ୍ଥ୍ୟଅବସ୍ଥା ବିଗିଡି ଯାଇଥିଲା। ସେ ଆଇସିୟୁରେ ଥିଲେ ଏବଂ ପରେ ଏକ ଭେଣ୍ଟିଲେଟର ଲଗାଯାଇଛି ।

ତାଙ୍କର ଅମ୍ଳଜାନ ସ୍ତର କ୍ରମାଗତ ଭାବରେ ହ୍ରାସ ପାଉଛି ଏବଂ କୈଣସି ଉନ୍ନତି ପରିଲକ୍ଷିତ ହେଉନାହିଁ । ଡାକ୍ତରୀ ବିଶେଷଜ୍ଞଙ୍କ ପରାମର୍ଶ କ୍ରମେ ତାଙ୍କୁ କରୋନା ସଂକ୍ରମଣ ପାଇଁ ଉନ୍ନତ ଚିକିତ୍ସା ପାଇଁ ହାଇଦ୍ରାବାଦର ଏକ ଡାକ୍ତରଖାନାକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନିଆଯାଇଛି।

Share

Leave a Reply

Your email address will not be published. Required fields are marked *

12 + eight =