ହୀରାକୁଦରେ ବଢ଼ୁଛି ଜଳସ୍ତର

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ହୀରାକୁଦ ଜଳଭଣ୍ଡାରେ ଜଳସ୍ତର । ଗତକାଲି ସୁଦ୍ଧା ୧୮ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଥିବା ବେଳେ ଏବେ ମୋଟ ୨୪ ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ବାମପାଶ୍ୱର୍ର ୧୬ଟି ଗେଟ୍ ଖୋଲାଯାଇଥିବା ବେଳେ ଡାହାଣ ପାଶ୍ୱର୍ରେ ୮ଟି ଗେଟ୍ ଖୋଲାଯାଇଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୪ ଲକ୍ଷ ୩୫ ହଜାର ୭୯୪ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୪ ଲକ୍ଷ ୨୩ ହଜାର ୮୯ ଘନଫୁଟ ଜଳ ନିଷ୍କାସିତ ହେଉଛି। ହୀରାକୁଦର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ୍ ଥିବା ବେଳେ ବର୍ତ୍ତମାନ ନଦୀବନ୍ଧର ଜଳସ୍ତର ୬୨୮.୩୯ ଫୁଟରେ ପହଞ୍ଚିଛି। ୨୪ ଘଣ୍ଟା ମଧ୍ୟରେ ହୀରାକୁଦ ଉପର ମୁଣ୍ଡରେ ୪୨.୮୧ ମିଲିମିଟର ଓ ତଳମୁଣ୍ଡରେ ୧୦.୮୭ ମିଲିମିଟର ବର୍ଷା ହୋଇଥିବା ହୀରାକୁଦ ବନ୍ଧ ନିୟନ୍ତ୍ରଣ ପକ୍ଷରୁ ସୂଚନା ମିଳିଛି।

Share

Leave a Reply

Your email address will not be published. Required fields are marked *

fifteen − one =