ବଢିଲା ହୀରାକୁଦ ଜଳସ୍ତର

ବଢିଲା ହୀରାକୁଦ ଜଳସ୍ତର । ଲଗାଣ ବର୍ଷା ଯୋଗୁଁ  ହୀରାକୁଦରେ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି । ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ ଲଗାଣ ବର୍ଷା କାରଣରୁ ଏହା ବର୍ତ୍ତମାନ ୬୦୭.୯୭ ଫୁଟରେ ପହଂଚିଲାଣି । ଡ୍ୟାମକୁ ସେକେଣ୍ଡ ପିଛା ୧ଲକ୍ଷ ୯୦ହଜାର ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ସେକେଣ୍ଡ ପିଛା ୬ହଜାର ଘନଫୁଟ ଜଳ ନିଷ୍କାସନ ହେଉଛି । ଏହି ଜଳପତ୍ତନ ବୃଦ୍ଧି ଆଗାମୀ ଦିନରେ ବର୍ଷାର ପରିମାଣ ବୃଦ୍ଧି ହେଲେ ବିପଦ ସୃଷ୍ଟି କରିବ ବୋଲି ଆଶଙ୍କା ରହିଛି ।

ନିକଟରେ ଲଗାଣ ବର୍ଷା ଯୋଗୁଁ ମାଛକୁଣ୍ଡ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଥିବାରୁ ୩ଟି ଗେଟ ଖୋଲାଯାଇ ଜଳ ନିଷ୍କାସନ କରାଯାଇଥିଲା ।

Share

Leave a Reply

Your email address will not be published. Required fields are marked *

nine + thirteen =