ପ୍ରବଳ ବର୍ଷିବ, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ଘଡ଼ଘଡି ସହ ବର୍ଷା ସମ୍ଭାବନା । ୧୦ ଜିଲ୍ଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା, କେଉଁଝର, ମୟୂରଭଞ୍ଜ ଏବଂ ରାୟଗଡାକୁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସେହିପରି ୩୦ ତାରିଖରେ ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକା ମଧ୍ୟମ ଧରଣର ବର୍ଷା ହୋଇପାରେ । ରାଜ୍ୟରେ ମୌସୁମୀ ଦୁର୍ବଳ ଥିବା ବେଳେ ଏହାରି ପ୍ରଭାବରେ ଅନେକ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ଗତ ୨୪ ଘଣ୍ଟାରେ ପୁରୀ ଜିଲ୍ଲା ନିମାପଡାରେ ସର୍ବାଧିକ ୫୪.୨ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ୧ ଜୁନରୁ ୨୯ ତାରିଖ ପର‌୍ୟ୍ୟନ୍ତ ୧୮୦.୫ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

Share

Leave a Reply

Your email address will not be published. Required fields are marked *

3 + 15 =