ନଜର ପକାନ୍ତୁ ଆଜି କଣ ରହିଛି ପାଣିପାଗ ସୂଚନା

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଆସନ୍ତା ୨୪ ଘଂଟା ମଧ୍ୟରେ ୫ ଟି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ନୟାଗଡ , କଟକ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ୨୩ ଟି ଜିଲ୍ଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ , ଜଗତସିଂହପୁର, ପୁରୀ ,ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ , ଢେଙ୍କାନାଳ, କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର,କଳାହାଣ୍ଡି , ବୌଦ୍ଧ ଓ ଅନୁଗୁଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୁଳ, ଢେଙ୍କାନାଳ , କଟକ , ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Share

Leave a Reply

Your email address will not be published. Required fields are marked *

16 − 10 =