ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୬ ଓ ୧୭ ତାରିଖ ଦୁଇ ଦିନ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବ ରହିଛି । ଏହି ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ମୁଖ୍ୟତଃ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲାରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି ।
୧୬ ତାରିଖରୁ ଲଘୁଚାପ ପ୍ରଭାବରେ ବର୍ଷା ହେବ । ଗଞ୍ଜାମ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୭ରେ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦେଇଚି ପାଣିପାଗ ବିଭାଗ ।

Share

Leave a Reply

Your email address will not be published. Required fields are marked *

19 − 12 =