୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବାୟୁ ସମଗ୍ର ଓଡ଼ିଶାକୁ ଆଚ୍ଛାଦିତ ବେଳେ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏ ନେଇ ପାଣିପାଗ ବିଭାଗ ଭୁବନେଶ୍ଵର କେନ୍ଦ୍ର ସୂଚନା ଦେଇଛନ୍ତି । କେଉଁଝର,ମୟୂରଭଞ୍ଜ,ସୁନ୍ଦରଗଡ,ଅନୁଗୁଳ,ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣି ଜାରି ଜାରି କରାଯାଇଛି।

ଆଜି ସାରା ରାଜ୍ୟରେ ଛୁଇଁଛି ମୌସୁମୀ । ଏହାର ପ୍ରବାରେ ରାଜ୍ୟରେ ଆରମ୍ଭ ହୋଇଯାଇଛି ବର୍ଷା । କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଥିବା ମଧ୍ୟ ନଜରକୁ ଆସିଛି । ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରୁ ୮ଟିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଅନ୍ୟ ୧୩ଟି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏଣୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର‌୍ୟ୍ୟନ୍ତ ଏହି ସବୁ ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

Share

Leave a Reply

Your email address will not be published. Required fields are marked *

ten + 4 =