ପହଁଚିଲେ ହକି ଟିମ, ହୋଟେଲରେ ଭବ୍ୟ ସମ୍ବର୍ଦ୍ଧନା

ଭୁବନେଶ୍ବର: ଭୁବନଶ୍ବରରେ ପହଁଞ୍ଚିଲେ ଭାରତୀୟ ପୁରୁଷ ଓ ମହିଳା ହକି ଟିମ୍। କୀଡ଼ାମନ୍ତ୍ରୀ ତୁଷାରିକାନ୍ତ ବେହେରା ଖେଳାଳିଙ୍କୁ ସ୍ବାଗତ କରିଥିଲେ। ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜେତା ପୁରୁଷ ହକି ଦଳ ଏବଂ ଚତୁର୍ଥ ସ୍ଥାନ ହାସଲ କରିଥିବା ମହିଳା ଦଳକୁ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କ୍ରୀଡ଼ାବିତଙ୍କୁ ସ୍ୱାଗତ କରିବା ପାଇଁ କଳିଙ୍ଗ ଷ୍ଟାଡିୟମ ଠାରୁ ରାଜଧାନୀର ରାସ୍ତାଘାଟ ସଜେଇ ହୋଇଛ ।

ନିର୍ଦ୍ଧାରିତ ସମୟ ମୁତାବିକ କ୍ରୀଡ଼ାବିତମାନେ ପୂର୍ବାହ୍ନ ୧୧ଟା ୧୦ ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ଥିଲେ। ବିମାନବନ୍ଦରରେ ଖେଳାଳିଙ୍କୁ ସ୍ୱାଗତ କରାଯିବା ପରେ କଡ଼ା ସୁରକ୍ଷା ମଧ୍ୟରେ ହୋଟେଲକୁ ନିଆଯାଇଛି। ଅପରାହ୍ଣ ୩ଟାରେ ଉଭୟ ଦଳର କ୍ରୀଡ଼ାବିତ ସାମ୍ବାଦିକ ସମ୍ମିଳନୀରେ ସାମିଲ ହେବେ। ଏହାପରେ ସେମାନେ କଳିଙ୍ଗ ଷ୍ଟାଡିୟମ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ଖେଳାଳିଙ୍କ ସହ ଫଟୋ ସେସନରେ ସାମିଲ ହେବେ। ସନ୍ଧ୍ୟା ୬ଟା୩୦ ମିନିଟ୍ରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଉଭୟ ପୁରୁଷ ଓ ମହିଳା କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରିବେ। ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ଦଳ ଦୀର୍ଘ ୪୧ ବର୍ଷ ପରେ ବ୍ରୋଞ୍ଜ ପଦକ ଜିତିବାରେ ସଫଳ ହୋଇଥିଲା। ମହିଳା ଦଳ ମଧ୍ୟ ଚମତ୍କାର ପ୍ରଦର୍ଶନ କରି ଚତୁର୍ଥ ସ୍ଥାନରେ ରହିଥିଲା।

Share

Leave a Reply

Your email address will not be published. Required fields are marked *

6 + six =