୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି

ଭୁବନେଶ୍ୱର: ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯିବା ସହିତ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ବାୟୁମଣ୍ଡଳର ତଳ ଭାଗରେ ପ୍ରବାହିତ ହେଉଥିବା ଶୁଷ୍କ ବାୟୁ ଫଳରେ ଆଭ୍ୟନ୍ତରୀଣ ଓଡିଶାର ସମସ୍ତ ଜିଲ୍ଲା, ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲା ଏବଂ ଉପକୂଳବର୍ତ୍ତୀ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଗାମୀ ୩ ଦିନ ଓଡିଶାର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଆଗାମୀ ୨୪ ଘଣ୍ଟା ଭିତରେ ଦିନର ତାପମାତ୍ରା ପାଖାପାଖି ୨ ଡିଗ୍ରୀ ବୃଦ୍ଧି ପାଇବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନାଦିଆଯାଇଛି । ଯାହାଫଳରେ ଆଗାମୀ ୩ ଦିନ ଓଡିଶାର ଜିଲ୍ଲା ଗୁଡିକରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ସୁନ୍ଦରଗଡ,ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡା, ଝାରସୁଗୁଡା, ବରଗଡ, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବୌଦ୍ଧ, ନୟାଗଡା, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣି ଜାରି କରିଛି ।

Share

Leave a Reply

Your email address will not be published. Required fields are marked *

16 − 10 =