୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାଗୁଡ଼ିକର ଗୋଟିଏ ଏବଂ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେହିପରି ଅଗଷ୍ଟ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାର ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Share

Leave a Reply

Your email address will not be published. Required fields are marked *

one + twenty =