୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ସକ୍ରିୟ ରହିଛି । ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ,ଝାଡ଼ଖଣ୍ଡ ଓ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି ।

ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶାର କେତେକ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଉତ୍ତର ଓଡ଼ିଶାର ବାଲେଶ୍ବର ଓ ମୟୁରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ସୁନ୍ଦରଗଡ଼,ଝାରସୁଗୁଡ଼ା ଅନୁଗୁଳ, ଦେବଗଡ଼,ସମ୍ବଲପୁର, ଯାଜପୁର,ଭଦ୍ରକ, କେନ୍ଦୁଝର, ବୌଦ୍ଧ, ଢେଙ୍କାନାଳ ଆଜି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ବା ହଳଦିଆ ସତର୍କତା ଜାରି କରାଯାଇଛି । ଜୁଲାଇ ୩୦ ବେଳକୁ ପଶ୍ଚିମଓଡ଼ିଶାର ସମ୍ବଲପୁର,ସୁନ୍ଦରଗଡ଼,ବରଗଡ଼,ନୂଆପଡ଼ା,ଝାରସୁଗୁଡ଼ା, ବଲାଙ୍ଗୀର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ଦୃଷ୍ଟିରୁ ଆସନ୍ତା ୪୮ ଘଣ୍ଟା ପାଇଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

5 − four =