୧୫ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୨୪ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ୱେଲମାର୍କଡ ଲୋ-ପ୍ରେସରରେ ପରିଣତ ହେବ । ଆସନ୍ତା ୩ରୁ ୪ ଦିନ ମଧ୍ୟରେ ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠୁ ୩୦ ତାରିଖ ଯାଏ ସାରା ରାଜ୍ୟରେ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ୧୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତଳିଆ ଅଞ୍ଚଳରେ ଜଳମଗ୍ନ ଓ ବନ୍ୟା ପରିସ୍ଥିତି ଉପୁଜିପାରେ । ଏଥିପାଇଁ ସତର୍କ ରହିବାକୁ ଜିଲ୍ଲାପାଳ ଓ ମହାନଗର ନିଗମକୁ ପରାମର୍ଶ ଦେଇଛନ୍ତି ଏସଆରସି ।

Share

Leave a Reply

Your email address will not be published. Required fields are marked *

12 − 9 =