୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଆସନ୍ତା ୩ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାର କିଛି ସ୍ଥାନରେ ପ୍ରବଳର ବର୍ଷା ହେବ । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୫ ଜିଲ୍ଲା ସମେତ କଟକ ଓ ଭୁବନେଶ୍ୱର ସହର ପାଇଁ ଜାରି ହୋଇଛି ସତର୍କ ସୂଚନା ।
ଆସନ୍ତା ୩ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ସମ୍ଭାବନା ନେଇ ୧୫ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାଗୁଡ଼ିକ ହେଲା ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସମ୍ବଲପୁର, ମୟୂରଭଞ୍ଜ, ଦେବଗଡ଼ ଓ କେନ୍ଦୁଝର । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ତାସହ ବଜ୍ରପାତ ସମ୍ଭାବନା ବି ରହିଛି । ଭୁବନେଶ୍ୱରରେ ଜାରି ରହିଛି ବର୍ଷା ।

Share

Leave a Reply

Your email address will not be published. Required fields are marked *

7 − 2 =