ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେପଟେମ୍ବର ୬ରୁ ୭ ତାରିଖ ମଧ୍ୟରେ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ପୁରୀ ଆଦି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, ରାୟଗଡା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ମଧ୍ୟ ଆସନ୍ତା ଦୁଇ ଦିନ ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ ।

Share

Leave a Reply

Your email address will not be published. Required fields are marked *

8 + five =