ରାଜ୍ୟରେ ୬୦୦ଶହ ମୁହାଁ ସଂକ୍ରାମିତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ୨୪ ଘଣ୍ଟା ଭିତରେ ୫୮୮ଜଣ ନୂଆ ସଂକ୍ରମିତ ଚିହ୍ନଟ । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୪୬ଜଣ ସ୍ଥାନୀୟ ବାସିନ୍ଦା ହୋଇଥିବା ସମୟରେ ୩୪୨ଜଣ ସଂଗରୋଧରୁ ଚିହ୍ନଟ ହୋଇଛନ୍ତି । ତେବେ ଖୋର୍ଦ୍ଧାରୁ ସର୍ବାଧିକ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୨୧, ଭଦ୍ରକରୁ ୯ ଜଣ, ଝାରସୁଗୁଡ଼ାରୁ ୩୧ ଜଣ, କଳାହାଣ୍ଡିରୁ ୬୪ ଜଣ, ବଲାଙ୍ଗିରରୁ ୧୧ ଜଣ,ଅନୁଗୁଳରୁ ୫ ଜଣ, କଟକରୁ ୩୦ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୧୫ ଜଣ, କନ୍ଧମାଳରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ନୂଆପଡ଼ାରୁ ୨୯ ଜଣ, ପୁରୀରୁ ୨୪ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ବଲପୁରରୁ ୨୮ ଜଣ, କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୯ ଜଣ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୮ ଜଣ, ନୟାଗଡ଼ରୁ ୭ ଜଣ, ସୋନପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୮୪ ଜଣ ଓ ଷ୍ଟେଟ୍ ପୁଲରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଏଥିସହ ରାଜ୍ୟରେ ମୋଟ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୮୫୬କୁ ବୃଦ୍ଧି ପାଇଛି । ୩ ଲକ୍ଷ ୩୮ ହଜାର ୧୫୦ ଜଣ କରୋନାରୁ ସୁସ୍ଥ ହୋଇଥିବା ବେଳେ ୧୯୨୨ ଜଣଙ୍କ ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

two × 1 =