Friday, October 30, 2026
Latestରାଜ୍ୟ

୧୫ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଆଜି ରାଜ୍ୟର ୧୫ଟି ଜିଲ୍ଲାରେ ହୋଇପାରେ କାଳବୈଶାଖୀ । ଗୋଟିଏ ଦୁଇଟି ସ୍ଥାନରେ ହାଲକା ବର୍ଷା ସାଙ୍ଗକୁ ୪୦ରୁ ୫୦ କିମି ବେଗରେ ପବନ ବୋହିବ। ଘଡ଼ଘଡ଼ି ସହ ବଜ୍ରପାତର ବି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆଜି ପୂର୍ବାହ୍ନ ଭିତରେ ରାୟଗଡ଼ା, କୋରାପୁଟ,ଗଜପତି, ଗଞ୍ଜାମ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ହେବ। ୧୪ ତାରିଖ ପର୍ୟ୍ୟନ୍ତ ଦକ୍ଷିଣ, ଉତ୍ତର ଓ କେନ୍ଦ୍ରୀୟ ଓଡ଼ିଶାର କେତେକ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ପଡ଼ିବାର ସମ୍ଭାବନା ରହିଛି।

Share

Leave a Reply

Your email address will not be published. Required fields are marked *

thirteen + five =