Friday, October 30, 2026
ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଦାୟିତ୍ବରେ ପୂର୍ବତନ ପ୍ରଶାସକ ଗୋପବନ୍ଧୁ ଦାଶ

ଭୁବନେଶ୍ବର () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆବାସିକ କାର୍ଯ୍ୟାଳୟରେ ପୂର୍ବତନ ପ୍ରଶାସକ ଗୋପବନ୍ଧୁ ଦାଶଙ୍କୁ ଓଏସଡି ବା ଅଫିସର ଅନ ସ୍ପେଶିଆଲ ଡ୍ୟୁଡି ଭାବେ ନିଯୁକ୍ତି ନିଆଯାଇଛି । ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

ଗୋପବନ୍ଧୁ ଦାଶ ଏବେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଭାବେ କାର୍ଯ୍ୟ କରୁଥିବା ବେଳେ ଓଏସଡି ଭାବେ ତାଙ୍କୁ ସ୍ବତନ୍ତ୍ର ସଚିବ ପାହ୍ୟାର ସମସ୍ତ ସୁବିଧା ସୁଯୋଗ ମିଳିବ । ଅବସର ଗ୍ରହଣ ପୂର୍ବରୁ ସେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଥିଲେ । ଅବସର ପରେ ସେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତି ପାଇଥିଲେ ।

Share

Leave a Reply

Your email address will not be published. Required fields are marked *

12 + two =