Friday, October 30, 2026
Latestରାଜ୍ୟ

ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ,ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କରୋନାରେ ଆଉ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ଓ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୧୦୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୪୩ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୭୫୩ ଆକ୍ଟିଭ୍ କେସ୍ ରହିଛି ।

Share

Leave a Reply

Your email address will not be published. Required fields are marked *

thirteen + 15 =