Friday, October 30, 2026
Latestରାଜ୍ୟ

କରୋନା ମହାମାରୀକୁ ପରାସ୍ତ କଲେ ୯୧ ବର୍ଷୀୟ ବରିଷ୍ଠ ନାଗରିକ

ଭୁବନେଶ୍ୱର()  କରୋନା ମହାମାରୀ ସହ ଯୁଦ୍ଧ କରି ଏହି ଅଦୃଶ୍ୟ ଶତ୍ରୁକୁ ପରାସ୍ତ କଲେ୯୧ ବର୍ଷୀୟ ଜଣେ ବରିଷ୍ଠ ନାଗରିକ । ଭୁବନେଶ୍ୱର ସ୍ଥିତ ସମ୍ କୋଭିଡ ହସ୍ପିଟାଲ୍‌ରୁସୁସ୍ଥ ହୋଇ ଘରକୁ ଫେରିଛନ୍ତି ଧିରେନ୍ଦ୍ର ନାଥ ଦାସ । ଶରୀରରେ ଅନେକ ସମସ୍ୟାଥିବା ସତ୍ୱେ ସମ୍ କୋଭିଡ ହସ୍ପିଟାଲ୍‌ରେ ଡାକ୍ତର, ନର୍ସ ଏବଂ ପାରାମେଡିକ୍ସଙ୍କରସଫଳ ଚିକିତ୍ସା, ସେବା ଓ ଯତ୍ନ ଫଳରେ ଘରକୁ ଫେରିଛନ୍ତି ସୁସ୍ଥତା ପାଇଛନ୍ତିଶ୍ରୀ ଦାସ ।

ଗତ ସେପ୍ଟେମ୍ବର ୫ ତାରିଖରେ କରୋନା ସଂକ୍ରମିତ ହେବା ପରେ ସେ ସମ୍ କୋଭିଡ ହସ୍ପିଟାଲ୍‌ରେ ଭର୍ତି ହୋଇଥିଲେ । ପ୍ରାରମ୍ଭିକ ସ୍ତରରେ ଖୁବ୍ ଅସୁସ୍ଥ ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତି କରାଯାଇଥିଲା । କରୋନା ସହିତ ତାଙ୍କର ଅନ୍ୟାନ୍ୟ ବାର୍ଦ୍ଧକ୍ୟଜନିତ ଶାରୀରିକ ସମସ୍ୟା ରହିଥିଲା । ତେବେ ହସ୍ପିଟାଲ୍‌ର ଡାକ୍ତର, ନର୍ସ ମାନେ ଆପ୍ରାଣ ଉଦ୍ୟମ କରି ତାଙ୍କୁ ସୁସ୍ଥ କରିବାକୁ ଚେଷ୍ଟା କରିଥିଲେ । ଡାକ୍ତରପ୍ରଦୀପ୍ତ କୁମାର ପାତ୍ର, ଡାକ୍ତର ଆଶୀଷ ମଲ୍ଲ, ଡାକ୍ତର ସନ୍ତୋଷ ସିଂ ଏବଂ ଡାକ୍ତରଅରୁଣ ରଥ ପ୍ରମୁଖ ଏହି ବରିଷ୍ଠ ବ୍ୟକ୍ତିଙ୍କୁ ସୁସ୍ଥ କରିବା ପାଇଁ ଆପ୍ରାଣ ପ୍ରଚେଷ୍ଟାକରିଥିଲେ । ତାଙ୍କର ଦୁଇ ଗୋଡରେ ରଡ ଲାଗିଥିବା ବେଳେ ପରିସ୍ରା କରିବାରେସମସ୍ୟା ଉପୁଜୁଥିଲା ଏବଂ ପ୍ରୋଷ୍ଟେଟ୍ ସମସ୍ୟା ମଧ୍ୟ ରହିଥିଲା । କରୋନା  ଆକ୍ରାନ୍ତହେବା ପରେ ଶ୍ୱାସ କ୍ରିୟାରେ ମଧ୍ୟ ସମସ୍ୟା ଉପୁଜିଥିଲା । ଠିକ୍ଭାବେ ଚାଲିପାରୁ ନଥିବା କିମ୍ବା ହାତରେ ନିଜେ ଖାଇ ପାରୁନଥିବା ଏହି

ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କର ହସ୍ପିଟାଲ୍‌ରେ ଉପଯୁକ୍ତ ଯତ୍ନ ନେଇଥିଲେ ହସ୍ପିଟାଲ୍‌ର ନର୍ସମାନେ । ତାଙ୍କୁ ନିଜ ହାତରେ ଖୁଆଇଦେଇଥିଲେ କାର୍ଯ୍ୟରତ ନର୍ସ । ଉପଯୁକ୍ତ ସେବା ଶୁଶ୍ରୁଷା ଫଳରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ପ୍ରେସ୍ ଇନ୍‌ଫର୍ମେସନ୍ ବ୍ୟୁରୋ ଏବଂ ଆକାଶବାଣୀ
କେନ୍ଦ୍ରର ଏହି ଅବସରପ୍ରାପ୍ତ ବରିଷ୍ଠ ଅଧିକାରୀ ।

କରୋନା ସଂକ୍ରମିତ ହେବା ପରେ ହସ୍ପିଟାଲ ଯିବା ପୂର୍ବରୁ ସେ କରୋନାକୁ ପରାସ୍ତ କରି ଘରକୁ ନିଶ୍ଚୟ ଫେରିବେ ବୋଲି କହିଥିଲେ । ତାଙ୍କର ମନୋବଳ ଏବଂ ହସ୍ପିଟାଲ୍‌ର ଡାକ୍ତର ଓ ନର୍ସମାନଙ୍କର ଚିକିତ୍ସା ଏବଂ ସେବା ଯୋଗୁଁ ସେ ଘରକୁ ଫେରିଛନ୍ତି ବୋଲି କହିଛନ୍ତି ତାଙ୍କ ଝିଅ ଶ୍ରୀମତି ଦେବଦତା ମହାପାତ୍ର । ଏଥିସହିତ ଶ୍ରୀ ଦାସ ସୁସ୍ଥ ହେବା ପରେ ସମ୍‌
କୋଭିଡ ହସ୍ପିଟାଲ୍‌ର କୋଭିଡ ଯୋଦ୍ଧା ଏବଂ ବିଶେଷ ଭାବେ ସୋଆର
ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକଙ୍କୁ ଟ୍ୱିଟ୍ ଯୋଗେ ଉଚ୍ଚ ପ୍ରଶଂସା କରିବା ସହ ଧନ୍ୟବାଦ ଅର୍ପଣ କରିଛନ୍ତି ତାଙ୍କ ପୁଅ ଶ୍ରୀ ଶୁଭଙ୍କର ଦାସ ।

ସେହିପରି ରାଜ୍ୟରେ କୋଭିଡ ପରିଚାଳନା ନେଇ ଟ୍ୱିଟ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱକୁ ମଧ୍ୟ ସେ ପ୍ରଶଂସା କରିଛନ୍ତି । ସେହିପରିସମ୍ କୋଭିଡ ହସ୍ପିଟାଲ୍‌ରୁ ଚିକିତ୍ସିତ ହେବା ପରେ ଶ୍ରୀ ଧୀରେନ୍ଦ୍ର ଦାସ ମଧ୍ୟ ସମ୍କୋଭିଡ ହସ୍ପିଟାଲ୍‌ର ଡାକ୍ତର ଓ ନର୍ସମାନଙ୍କର ସେବା କାର୍ଯ୍ୟକୁ ଉଚ୍ଚକୋଟୀର ପ୍ରଶଂସାକରିଛନ୍ତି । କେବଳ ଶ୍ରୀ ଦାସ ନୁହେଁ ଏହା ପୂର୍ବରୁ ଅନେକ ବୟୋଜ୍ୟେଷ୍ଠ ପୁରୁଷ ଓ ମହିଳା ସମ୍‌ କୋଭିଡ ହସ୍ପିଟାଲ୍‌ରୁ ଚିକିତ୍ସିତ ହେବା ସହ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା କେବଳ ହସ୍ପିଟାଲ୍‌ର ଡାକ୍ତର, ୍‌ନର୍ସ ଏବଂ ପାରାମେଡିକ୍ସଙ୍କର ନିରବଚ୍ଛିନ୍ନ ଚିକିତ୍ସା,,ସେବା ଯତ୍ନ ଏବଂ ଉଦ୍ୟମ ଫଳରେ ସମ୍ଭବ ହୋଇପାରିଛି ।

କୋଭିଡ ମହାମାରୀକୁ ନିୟନ୍ତ୍ରଣ କରିବା ସହ ସଂକ୍ରମିତମାନଙ୍କୁ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା କ୍ଷେତ୍ରରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଉପଯୁକ୍ତ ପଦକ୍ଷେପ ନେବା ସହ ସଠିକ୍ କୋଭିଡ ପରିଚାଳନା କରୁଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ୨୨୦୦ରୁ ଊର୍ଦ୍ଧ୍ୱ ସମ୍ କୋଭିଡ ହସ୍ପିଟାଲ୍ ଏବଂ କୋଭିଡ କେୟାର ସେଂଟରଗୁଡ଼ିକରେ ମଧ୍ୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ସହଯୋଗର ହାତ ବଢ଼ାଇ ଏହି ମହାମାରୀର ମୁକାବିଲା ନେଇ ନିଷ୍ଠାପର ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ସହ ଜନହିତକର କାର୍ଯ୍ୟ ଗ୍ରହଣ କରାଯାଉଛି ।

Share

Leave a Reply

Your email address will not be published. Required fields are marked *

two × 5 =