Thursday, October 29, 2026
Latestରାଜ୍ୟ

୨୪ ଘଣ୍ଟା ମଧ୍ୟରେ ୪୭୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୬୯୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

 ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୩ ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୨୭୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।ତେବେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୧୦, ବାଲେଶ୍ୱରରୁ ୧୫, ଢେଙ୍କାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୧, ଯାଜପୁରରୁ ୧୧,କେନ୍ଦୁଝରରୁ ୧, ଖୋର୍ଧାରୁ ୪୦, ପୁରୀରୁ ୧୪, ଝାରସୁଗୁଡାରୁ ୨୩, କଳାହାଣ୍ଡିରୁ ୫୦, କନ୍ଧମାଳରୁ ୩, ବରଗଡରୁ ୫,କୋରାପୁଟରୁ ୭, ମୟୂରଭଞ୍ଜରୁ ୧୬, ନବରଙ୍ଗପୁରରୁ ୧୭ ରହିଛନ୍ତି ।

ସେହିଭଳି ନୟାଗଡରୁ ୪, ନୂଆପଡାରୁ ୪୨, ଭଦ୍ରକରୁ ୬, ବଲାଙ୍ଗୀରରୁ ୩୬, କଟକରୁ ୨୨, କେନ୍ଦ୍ରାପଡାରୁ ୨, ରାୟଗଡାରୁ ୮, ସମ୍ବଲପୁରରୁ ୨୭, ସୋନପୁରରୁ ୨, ସୁନ୍ଦରଗଡରୁ ୮୫ ଜଣ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୨୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୮୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୭୬୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Share

Leave a Reply

Your email address will not be published. Required fields are marked *

20 − 9 =