Friday, October 30, 2026
Latestରାଜ୍ୟ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ । ଓଡ଼ିଶାରେ ସ୍ନାତକ(ୟୁଜି) ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ କଲ୍ୟାଣ ଏବଂ କ୍ୟାରିୟରକୁ ଦୃଷ୍ଟିରେ ରଖି ସ୍ନାତକ ଶେଷ ସେମିଷ୍ଟାରର ପରୀକ୍ଷାର ଫାଇନାଲ ମାର୍କସିଟ୍ କିମ୍ବା ପ୍ରୋଭିଜିନାଲ ମାର୍କସିଟ୍ ଶୀଘ୍ର ପ୍ରଦାନ କରିବା ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି।
ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ହସ୍ତକ୍ଷେପ କରି ଛାତ୍ରଛାତ୍ରୀଙ୍କୁ ଷଷ୍ଠ ସେମିଷ୍ଟାର ପରୀକ୍ଷା ଫଳର ଫାଇନାଲ ମାର୍କସିଟ୍ କିମ୍ବା ପ୍ରୋଭିଜିନାଲ ମାର୍କସିଟ୍ ଦେବା ପାଇଁ ଧମେନ୍ଦ୍ର ଅନୁରୋଧ କରିଛନ୍ତି। ପ୍ରୋଭିଜିନାଲ ମାର୍କସିଟ୍ ଦିଆଗଲେ ପରୀକ୍ଷାର୍ଥୀମାନେ ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ସୁଯୋଗ ପାଇପାରିବେ ବୋଲି ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି।

Share

Leave a Reply

Your email address will not be published. Required fields are marked *

3 + 4 =